• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲା ଛୁଇଁଲା ମୌସୁମୀ । ଆଗାମୀ ୨ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଅଗ୍ରସର ହେବ ମୌସୁମୀ। ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।

ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଅନ୍ୟପକ୍ଷେ, ଆଜି ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ପରବର୍ତ୍ତୀ ସମୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏଣିକି ବର୍ଷାର ପରିମାଣ ବଢ଼ିପାରେ। 

ସେପଟେ ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ନବରଙ୍ଗପୁରକଳାହାଣ୍ଡିରାୟଗଡ଼ାଗଜପତିଗଞ୍ଜାମପୁରୀମୟୂରଭଂଜ ଓ କେନ୍ଦୁଝର ଜିଲ୍ଲା। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ତେବେ ଏହି ୮ ଜିଲ୍ଲାକୁ ଛାଡ଼ି ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼କି ହେଲା- ବରଗଡ଼ , ସମ୍ବଲପୁରଅନୁଗୁଳଢେଙ୍କାନାଳଖୋର୍ଦ୍ଧାପୁରୀକଟକଝାରସୁଗୁଡ଼ାସୁନ୍ଦରଗଡଦେବଗଡ଼ , ଯାଜପୁର,  ଭଦ୍ରକ ଓ ବାଲେଶ୍ୱର। ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।