ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲା ଛୁଇଁଲା ମୌସୁମୀ । ଆଗାମୀ ୨ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଅଗ୍ରସର ହେବ ମୌସୁମୀ। ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।
Also Read
ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଅନ୍ୟପକ୍ଷେ, ଆଜି ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ପରବର୍ତ୍ତୀ ସମୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏଣିକି ବର୍ଷାର ପରିମାଣ ବଢ଼ିପାରେ।
ସେପଟେ ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲା। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ତେବେ ଏହି ୮ ଜିଲ୍ଲାକୁ ଛାଡ଼ି ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼କି ହେଲା- ବରଗଡ଼ , ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଝାରସୁଗୁଡ଼ା, ସୁନ୍ଦରଗଡ, ଦେବଗଡ଼ , ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।