ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାର ସ୍ଥିତି ଅନୁକୂଳ ନାହିଁ, ଜାରି ରହିବ ଗୁଳୁଗୁଳି

ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଅଗ୍ରସର ହୋଇ ନପାରେ ମୌସୁମୀ ବାୟୁ । ମୌସୁମୀ ସକ୍ରିୟ ହୋଇ ପାରୁନଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି ।

Weather

ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଅଗ୍ରସର ହୋଇ ନପାରେ ମୌସୁମୀ ବାୟୁ । ମୌସୁମୀ ସକ୍ରିୟ ହୋଇ ପାରୁନଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି । ଯାହାର ପ୍ରଭାବରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି ।

ଏନେଇ ଆଗାମୀ ୫ ଦିନ ଉତ୍ତର, ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବା ନେଇ ଆକଳନ କରାଯାଇଛି । ଏଥିସହ ରାଜ୍ୟରେ କାଳବୈଶାଖୀର ମଧ୍ୟ ପ୍ରଭାବ ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅଧିକ ପଢ଼ନ୍ତୁ: ମୌସୁମୀ ଆସିଲା ସତ, କିନ୍ତୁ ଗୁଳୁଗୁଳିରୁ ନାହିଁ ତ୍ରାହି; ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଜାରି

ସେପଟେ ରାଜ୍ୟରେ ମୌସୁମୀ ନଆସୁଣୁ କାୟା ମେଲାଇଲାଣି ଡେଙ୍ଗୁ । ଚଳିତ ବର୍ଷ ଏବେ ସୁଦ୍ଧା ରାଜ୍ୟରେ ଚିହ୍ନଟ ହେଲେଣି ୨୩୫ ଜଣ ରୋଗୀ । ସେଥିମଧ୍ୟରୁ ଗତକାଲି ୩ଟି କେସ ଆସିଛି, ସେ ମଧ୍ୟରେ ପୁରୀରୁ ୨ଟି କେସ ଥିବା ବେଳେ ଭୁବନେଶ୍ୱରରୁ ଜଣେ ଚିହ୍ନଟ ହୋଇଛନ୍ତି । ଗତବର୍ଷ ସମୟ ସୁଦ୍ଧା ରାଜ୍ୟରେ ୧୦୭ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ ।

ଡେଙ୍ଗୁ ନେଇ ସତର୍କ ରହିବାକୁ ସଚେତନ କରାଇବା ସହ ଚିକିତ୍ସା ପାଇଁ ପଦକ୍ଷେପ ନେବାକୁ ସବୁ CDMOଙ୍କୁ କୁହାଯାଇଛି । ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ଵତନ୍ତ୍ର ଡେଙ୍ଗୁ ୱାର୍ଡ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସବୁ ଜିଲ୍ଲାକୁ ଆଲର୍ଟ କରାଯାଇଛି । ପ୍ଲେଟଲେଟ ଉପଲବ୍ଧ କରିବାକୁ କୁହାଯାଇଛି ।

ଏ ନେଇ ହସ୍ପିଟାଲଗୁଡିକୁ ପ୍ରଶିକ୍ଷଣ ମଧ୍ୟ ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯, ମାଲକାନଗିରି ୧୭, ପୁରୀରୁ ୧୩ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ସହରରେ ଡେଙ୍ଗୁ ଅଧିକ ହେଉଥିବାରୁ ସ୍ୱତନ୍ତ୍ର ଡ୍ରାଇଭ କରାଯାଉଛି । ଚଳିତ ବର୍ଷ ଏଯାଏଁ କୌଣସି ଡେଙ୍ଗୁ ମୃତ୍ୟୁ ହୋଇନି ।