Advertisment

ଓଡ଼ିଶା ଛୁଇଁଲା ମୌସୁମୀ

ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ।

ଅଦ୍ୟତନ ହୋଇଛି
IMD Predicts Normal Monsoon This Year

IMD Predicts Normal Monsoon This Year

Advertisment

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଦେଇଛି । ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

Advertisment

ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣିଙ୍କ ସୂଚନା ଅନୁସାରେ, ନାଲଗୋଣ୍ଡା ଏବଂ ମଛଲିପଟ୍ଟନମ୍‌ ଭଳି ଅଞ୍ଚଳକୁ ମୌସୁମୀ ଛୁଇଁ ସାରିଛି। ଆନ୍ଧ୍ରରେ ଭଲ ବର୍ଷା ବି ହୋଇଛି।

Advertisment

ମୌସୁମୀ ଓଡ଼ିଶା ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। ସାଧାରଣତଃ ଜୁନ୍ ୧୭ ସୁଦ୍ଧା ଓଡ଼ିଶାକୁ ମୌସୁମୀ ପ୍ରବେଶ କରିଥାଏ।  ସେ ଦୃଷ୍ଟିରୁ ଦେଖିଲେ ଏବର୍ଷ ମୌସୁମୀ ବିଳମ୍ବ ହୋଇନି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Weather Update Monsoon
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ