Advertisment

୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଆଜି ପାଇଁ ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
Odisha Monsoon Updates

Monsoon

Advertisment

୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ। ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ। ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁସୀ ଛୁଇଁବା ପୂର୍ବରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହୋଇପାରେ ପ୍ରାକ୍ ମୌସୁମୀ ବର୍ଷା।

Advertisment

ଆଜି ପାଇଁ ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି। ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍।

ଅଧିକ ପଢ଼ନ୍ତୁ: ପ୍ରାଣଘାତୀ ସାଜିଛି ଅଂଶୁଘାତ, ୭୨ ଘଣ୍ଟାରେ ଗଲାଣି ୯୯ ଜୀବନ !

ଅନ୍ୟପଟେ ଚଳିତ ଗ୍ରୀଷ୍ମରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତରେ ଗଲାଣି ୩୬ ଜଣଙ୍କ ଜୀବନ। ଅଭିଯୋଗ ଆସିଥିଲା ୧୫୧ଟି । ତା’ମଧ୍ୟରୁ ୩୬ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଅନ୍ୟ ୩୧ ଜଣକ ମୃତ୍ୟୁର କାରଣ ଭିନ୍ନ ଭିନ୍ନ । ବଳକା ୮୪ ଜଣଙ୍କ ମୃତ୍ୟୁର ତଦନ୍ତ ଚାଲିଥିବା SRC ଅଫିସ ପକ୍ଷରୁ ସୂଚନା ଦିଆଯାଇଛି। ଅଂଶୁଘାତଜନିତ ଘଟଣା ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଭଳି ଜିଲ୍ଲାରୁ ଅଭିଯୋଗ ଆସିଛି। ଅସ୍ୱାଭାବିକ ଭାବେ ଲୋକଙ୍କ ଜୀବନ ଯାଇଛି । ଏହି ଘଟଣା ପରେ ସତର୍କତା ସୂଚନା ମୂଳକ ଭାବେ ପିକ୍ ସମୟରେ କାମ କରିବାକୁ ବାରଣ କରିଛନ୍ତି SRC।

Advertisment

ତେବେ କେବଳ ରାଉରକେଲା ସହରରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ। ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ। ୪ ଜଣଙ୍କର ମୃତଦେହକୁ ସେମାନଙ୍କ ପରିବାର ଲୋକେ ନେଇ ଯାଇଥିବାରୁ ବ୍ୟବଚ୍ଛେଦ ହୋଇପାରିନି। ଅବଶିଷ୍ଟ ସମସ୍ତ ମୃତକଙ୍କ ଶବ ବ୍ୟବଚ୍ଛେଦ କରାଯାଇଛି।

Weather Update Monsoon
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ