Advertisment

ପୁଣି ଆସୁଛି ବଡ଼ ବର୍ଷା; ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ...

ବଙ୍ଗୋପସାଗରରେ ଆଜି ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏବେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।

author-image
Sujit kumar Swain
ଅଦ୍ୟତନ ହୋଇଛି
State to get rains triggered by Low Pressure for two more days

Heavy Rainfall

ପୁଣି ଆସୁଛି ବଡ଼ ବର୍ଷା। ବଙ୍ଗୋପସାଗରରେ ଆଜି ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏବେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

Advertisment

ଏହାର ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା। ଆଜି ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ସମ୍ଭାବନା ରହିଛି। ଭୀଷଣ ବର୍ଷା ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, କାଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର. ନୂଆପଡ଼ା। 

Advertisment

ଏଥିସହ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତାକାଲି ପାଇଁ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ୮ ତାରିଖ ଯାଏ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

ଏପଟେ ଆନ୍ଧ୍ରପ୍ରଦେଶରେ ବନ୍ୟା ବିଭୀଷିକା। ବୁଡ଼ିଲା ରେଳ ଷ୍ଟେସନ୍, ଧୋଇଗଲା ରେଳ ଟ୍ରାକ୍, ଭାସିଲା ଟ୍ରକ୍, ରାସ୍ତାରେ ସୁଅ କାଟୁଛି ୫ ଫୁଟରୁ ଅଧିକ ପାଣି। ଛାତିକୁ ଥରାଇ ଦେଲା ଭଳି ଏମିତି କିଛି ଦୃଶ୍ୟ ଏବେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ଦେଖିବାକୁ ମିଳିଛି। ବନ୍ୟାରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଟ୍ରେନ୍ ଓ ସଡ଼କ ପଥରେ ଚଳାଚଳ। ଆନ୍ଧ୍ରର ଏକାଧିକ ସ୍ଥାନରେ ଟ୍ରେନ୍ ଟ୍ରାକ୍ ଉପୁଡ଼ି ପଡ଼ିଛି। କେଉଁଠି ଛୋଟ ଛୋଟ ବ୍ରିଜ୍ ବି କ୍ଷତିଗସ୍ତ ହୋଇଛି। ଫଳରେ ଆନ୍ଧ୍ରରୁ ଓଡ଼ିଶା ଏବଂ ଦେଶର ବିଭିନ୍ନ ସ୍ଥାନକୁ ଯାଉଥିବା ଟ୍ରେନ୍ ଚଳାଚଳରେ ବାଧା ସୃଷ୍ଟି ହୋଇଛି।

Weather Update Heavy Rainfall Low Pressure Rainfall Alert
Advertisment
Advertisment