Advertisment

Warmer Winter: ଲୁଚକାଳି ଖେଳୁଛି ଶୀତ; ଡିସେମ୍ୱରରେ ବି ଦେଖାନାହିଁ

କିଛି ଦିନର ଶୀତ ପରେ ରାଜ୍ୟରୁ ଶୀତ ଉଭାନ। କମ୍ୱଳ ଘୋଡ଼ାଇ ହେବା ସମୟରେ ଫ୍ୟାନ ଦରକାର ପଡୁଛି। ତେବେ ଆଜିଠାରୁ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଫଳରେ ଶୀତ ସାମାନ୍ୟ କମିପାରେ।

author-image
Sonali Ojha
ଅଦ୍ୟତନ ହୋଇଛି
Winter

Winter

ନଭେମ୍ୱର ସରି ଡିସେମ୍ୱର ହେଲଣି। ହେଲେ ରାଜ୍ୟରେ ଶୀତର ଦେଖା ନାହିଁ। ପ୍ରତିବର୍ଷ ଏହି ସମୟରେ ହାଡଭଙ୍ଗା ଶୀତ ଅନୁଭୂତ ହେଉଥିବା ବେଳେ ଚଳିତ ବର୍ଷ ଶୀତ ଗାୟବ ହୋଇଯାଇଛି। କମ୍ୱଳ ଘୋଡ଼ାଇ ହେବା ସମୟରେ ଫ୍ୟାନ ଦରକାର ପଡୁଛି। ତେବେ ଆଜିଠାରୁ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହାକୁ ନେଇ ଶୀତ ସାମାନ୍ୟ କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ଏହାସହ ତାପମାତ୍ରା ସ୍ୱାଭାବିକରୁ ସାମାନ୍ୟ କମ ଥିବାରୁ ଶୀତ ସେଭଳି ଅନୁଭୂତ ମଧ୍ୟ ହେଉନାହିଁ। ତେବେ ୪ ରୁ ୫ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା କହିଛି ପାଣିପାଗ ବିଭାଗ। ସେପଟେ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସକାଳୁ ସକାଳୁ କୋହଲା ପାଗ ସହ ଝିପଝିପ ବର୍ଷା ହେଉଛି। । ଆଜି ଏବଂ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।

ଆଜି ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାକୁ ସତର୍କତା ଜାରି ହୋଇଛି। ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିଭଳି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ହାଲୁକା ବର୍ଷା ନେଇ ଚେତାବନୀ ଜାରି ହୋଇଛି।

Advertisment

ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧରେ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଟକ, ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆସନ୍ତା ୨୪ ଘଣ୍ଟାରେ ନୟାଗଡ ଜଗତସିଂହପୁର, କେନ୍ଦ୍ରାପଡା ,ଭଦ୍ରକ,ପୁରୀ,ଗଂଜାମ, ଖୋର୍ଦ୍ଧା, କୋରାପୁଟ, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝରର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହୋଇପାରେ।

Weather Winter
Advertisment
Advertisment