No Flood Like Situation In Odisha Due To Heavy Rain
ରାଜ୍ୟରେ ବେହାଲ କଲାଣି ବର୍ଷା। କେଉଁଠି କଲଭର୍ଟ ଭାଙ୍ଗିଲାଣି ତ ଆଉ କେଉଁଠି ରାସ୍ତା ଉପରେ ପାଣି ସୁଅ ଛୁଟୁଛି। ଘରେ ଘରେ ପଶିଛି ପାଣି, ଗଳି କନ୍ଦି ଉବୁଟୁବୁ ହୋଇଛି। ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବାରୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ତେବେ ସିଷ୍ଟମ ଛତିଶଗଡ଼ ଆଡ଼କୁ ମୁହାଁଉଥିବାରୁ ଉପକୂଳରେ ବର୍ଷା ପରିମାଣ କମିବା ସହ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।
ସେପଟେ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ସତ୍ତ୍ୱେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି ସରକାର ଆଶ୍ୱାସନା ଦେଇଛନ୍ତି। ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି କହିଛନ୍ତି, ବର୍ଷା ଯୋଗୁ ନଦୀରେ ପାଣି ଆସିବ। ମହାନଦୀ ଉପରମୁଣ୍ଡରେ ବର୍ଷା ହୋଇଛି। ହେଲେ ଅଧିକ ହୋଇନି। ହାରାହାରି ୩୭ ମିଲିମିଟର ବର୍ଷା ହୋଇଛି। ତଳମୁଣ୍ଡରେ ବର୍ଷା ନାହିଁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1694687122.jpg)