Advertisment

ମାଡ଼ି ଆସୁଛି ବାତ୍ୟା: ଓଡ଼ିଶାରେ ଉପରେ ପଡ଼ିବ କି ଏହାର ପ୍ରଭାବ ? ଜାଣନ୍ତୁ, କ’ଣ କହିଲେ IMD ଡିଜି

୨୩ ତାରିଖ ସନ୍ଧ୍ୟାରେ ସମ୍ଭାବ୍ୟ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ(IMD) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Cyclone

Cyclone

Advertisment

ଘୂର୍ଣ୍ଣିବଳୟ ପ୍ରଭାବରେ ବିଷୁବରେଖା ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗର ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୩ ତାରିଖ ସନ୍ଧ୍ୟାରେ ସମ୍ଭାବ୍ୟ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ(IMD) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Advertisment

ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ। ବାତ୍ୟା ପ୍ରଭାବ ପଡ଼ିବନି କି ପବନ,ବର୍ଷା ମଧ୍ୟ ହେବ ନାହିଁ। ଏନେଇ IMD  ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ସମ୍ଭାବ୍ୟ ବାତ୍ୟାକୁ ନେଇ IMD ଡିଜି ସୂଚନା ଦେଇଛନ୍ତି ଯେ, ୨୩ ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ। ୧୯ ସୁଦ୍ଧା ଆଣ୍ଡାମାନ ସାଗରରେ ୱେଲମାର୍କଡ୍‌ ଲୋ-ପ୍ରେସର ରୂପ ନେବାର ସମ୍ଭାବନା ରହିଛି। କାଳକ୍ରମେ ଦିଗ ବଦଳାଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ୨୦ରେ ଅବପାତ ଓ ୨୧ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।

Advertisment
Cyclone Cyclone Impact On Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ