Advertisment

ଆସନ୍ତା ୩ ଦିନ ଯାଏ କାଳବୈଶାଖୀ ବର୍ଷା !

ଉପକୂଳ ଜିଲ୍ଲାରେ ଆଗାମୀ ୩ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ମଧ୍ୟ ବିଭାଗ ପକ୍ଷରୁ କୁହାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Odisha Rainfall Alert

norwester rain in odisha in next 3 days

ଗତ କିଛିଦିନ ହେବ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଆଗାମୀ ୨୦ ତାରିଖ ଯାଏ ପାଗ ଏଭଳି ଲାଗି ରହିବ।  ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ଶୁଷ୍କ ବାୟୁ ପ୍ରଭାବରେ ତାତି ଅନୁଭୁତ ହେବ। ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୫ ଡିଗ୍ରୀ କିମ୍ବା ସ୍ୱାଭାବିକଠୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇଛି।

Advertisment

ଖରା ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏ ଘର ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ତେବେ ଉପକୂଳ ଜିଲ୍ଲାରେ ଆଗାମୀ ୩ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ମଧ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ, ଗତ ସନ୍ଧ୍ୟାରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରବାହରେ ବର୍ଷା ହୋଇଥିବାରୁ ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।

ସେପଟେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକୋବର ଦ୍ୱୀପ ର କିଛି ଅଞ୍ଚଳକୁ ଅଗ୍ରସର ହେବାକୁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।

Advertisment

ଏ ବର୍ଷ ସାମାନ୍ୟ ବିଳମ୍ବରେ କେରଳ ଛୁଇଁବ ମୌସୁମୀ। ଜୁନ୍ ୧ ତାରିଖ ସୁଦ୍ଧା ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥାଏ। ତେବେ ଚଳିତ ବର୍ଷ ଏଥିରେ ସାମାନ୍ୟ ବିଳମ୍ବ ଘଟି ଜୁନ୍ ୪ ତାରିଖ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ଥିବା 
ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

Weather Update Rainfall Alert
Advertisment
Advertisment