norwester rain in odisha till may 5
ଆସନ୍ତା ମେ’ ୯ ତାରିଖ ପାଖାପାଖି ବାତ୍ୟା ସୃଷ୍ଟି ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରେସ୍ମିଟ୍ରେ ଏହି ସୂଚନା ଦେଇଛନ୍ତି। ପୂର୍ବ ଆକଳନ ଅନୁସାରେ, ୬ ତାରିଖ ପାଖାପାଖି ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭବାନା ରହିଛି। ୬ରେ ସୃଷ୍ଟ ଘୂର୍ଣ୍ଣିବଳୟ ୭ରେ ଲଘୁଚାପର ରୂପ ନେବ। ଲଘୁଚାପଟି କ୍ରମେ ଘନୀଭୂତ ହୋଇ ୮ରେ ଅବପାତର ରୂପ ନେଇପାରେ।
ଓଡ଼ିଶାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ୩ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ବିଜ୍ଞାନୀ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି।
ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1683103050.jpg)