/odishatv-khabar/media/post_attachments/uploadimage/library/16_9/16_9_0/rainfall_1753508540.jpg)
rainfall
ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେଲା ଲଘୁଚାପ। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୮ ତାରିଖ ଯାଏଁ ଓଡ଼ିଶାରେ ହେବ ପ୍ରବଳ ବର୍ଷା। ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
୨୭ ତାରିଖ (ରବିବାର) ଦିନ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ହୋଇପାରେ। ୨୮ ତାରିଖ (ସୋମବାର) ଦିନ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଓଡିଶାରେ ବି ବର୍ଷା ହୋଇପାରେ।
ହୀରାକୁଦରୁ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ବର୍ଷା ଜାରି ରହିଥିବାରୁ ଗେଟ୍ ସଂଖ୍ୟା ବଢିବା ସମ୍ଭାବନା ରହିଛି। ଏପଟେ ବିଭିନ୍ନ ନଦୀର ଜଳସ୍ତର ବଢୁଥିବାରୁ ସତର୍କ କରିଛି ଜଳସଂପଦ ବିଭାଗ। ଅବପାତ ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି SRC। ୨୮ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। କୌଣସି ଜରୁରୀ ସ୍ଥିତିକୁ ଏଡାଇବା ପାଇଁ ପ୍ରଶାସନ ପ୍ରସ୍ତୁତ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)