Rainfall
ଅବପାତ ରୂପ ନେଲା ଲଘୁଚାପ । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ । ଏହା ପ୍ରଭାବରେ କେନ୍ଦୁଝର ଓ ମୟୂରଭଞ୍ଜରେ ଅତିଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥି ପାଇଁ ଏହି ଦୁଇ ଜିଲ୍ଲାକୁ ଜାରି ହୋଇଛି ରେଡ୍ ଆଲର୍ଟ ।
ସେହିଭଳି ୧୦ ଜିଲ୍ଲା ଯେପରିକି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ. ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାକି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଜାରି ହୋଇିଛି ୟେଲୋ ଆଲର୍ଟ ।
ଗତକାଲି ଠାରୁ ଟୁଇନସିଟି କଟକ- ଭୁବନେଶ୍ବରରେ ବର୍ଷା ଜାରି ରହିଛି । କୋହଲା ପାଗ ସହିତ ଝିପିଝିପି ବର୍ଷା ହେଉଛି । ରାଜ୍ୟର ଅନ୍ୟ ସ୍ଥାନରେ ସମାନ ପାଗ ରହିଛି । ଆସନ୍ତା ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Rainfall_1753424510.jpg)