/odishatv-khabar/media/post_attachments/uploadimage/library/16_9/16_9_0/IMAGE_1750128991.jpg)
Heavy Rainfall
ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ହେବ ଭଲ ବର୍ଷା। ଉତ୍ତର ପଶ୍ଚିମ ବଙ୍ଗୋସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବର୍ତ୍ତମାନ ଏକ ଘୁର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ରୁ ୫.୮ କିମି ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ଢଳି ରହିଛି । ଏହାଛଡ଼ା ପୁଣି ଥରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶା ସମେତ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ତେଣୁ ବର୍ଷାର ପରିମାଣ ବଢିପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଅଧିକ ପଢ଼ନ୍ତୁ: ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ। ଆଜି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ । ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡା, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ୨୦ ତାରିଖ ଯାଏଁ କିଛି କିଛି ସ୍ଥାନରେ ବର୍ଷା ଲାଗି ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।