Advertisment

Odisha Braces for Heavy Rainfall: ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ; ଭିଜିବ ସାରା ଓଡ଼ିଶା

ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଥିବା ବେଳେ ୧୯ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଦ୍ୟତନ ହୋଇଛି
Heavy Rainfall

Heavy Rainfall

Advertisment

ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ହେବ ଭଲ ବର୍ଷା। ଉତ୍ତର ପଶ୍ଚିମ ବଙ୍ଗୋସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବର୍ତ୍ତମାନ ଏକ ଘୁର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ରୁ ୫.୮ କିମି ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ଢଳି ରହିଛି । ଏହାଛଡ଼ା ପୁଣି ଥରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶା ସମେତ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ତେଣୁ ବର୍ଷାର ପରିମାଣ ବଢିପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Advertisment

ଅଧିକ ପଢ଼ନ୍ତୁ: ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ। ଆଜି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ । ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡା, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ୨୦ ତାରିଖ ଯାଏଁ କିଛି କିଛି ସ୍ଥାନରେ ବର୍ଷା ଲାଗି ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Advertisment

ଅଧିକ ପଢ଼ନ୍ତୁ: ରଜରେ ଭିଜିବ ରାଜ୍ୟ ,ଏହି ୪ ଜିଲ୍ଲାରେ ପ୍ରବଳ ଛେଚିବ

Weather Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ