Advertisment

Heavy Rainfall Alert: ୭ ଯାଏଁ ପ୍ରବଳ ବର୍ଷା, ଚେତାବନୀ ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ଆଇଏମଡି ଆକଳନ କରିଛି ।

author-image
Chinmayee Sahoo
Heavy Rainfall

Heavy Rainfall

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡିଶା ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିବା ଫଳରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୬ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର, ପାଶ୍ୱର୍ବର୍ତ୍ତୀ ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ୩ରୁ ୪ ଦିନ ଭିତରେ ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡିଶା, ଝାଡଖଣ୍ଡ ଓ ପୂର୍ବ ମଧ୍ୟପ୍ରଦେଶ ଆଡକୁ ଗତି କରିବାର ସମ୍ଭାବନା ରହିଛି ।

Advertisment

ଅଧିକ ପଢନ୍ତୁ: ଆଜି ବି ପ୍ରବଳ ବର୍ଷିବ; ଝଡ଼ବର୍ଷା ନେଇ ଏହି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଆସନ୍ତା ୭ ତାରିଖ ଯାଏ ରାଜ୍ୟକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଘଡ଼ଘଡ଼ି ହେବା ସମ୍ଭାବନା ରହିଛି। ବିଶେଷ ଭାବେ, ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ସୁନ୍ଦରଗଡ଼ ଜିଲ୍ଲାକୁ ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡରେ କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତାସହ ଝାରସୁଗୁଡ଼ା, ଦେଓଗଡ଼, ସମ୍ବଲପୁର, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ କିଛି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ନେଇ ଚେତାବନୀ ଜାରି ହୋଇଛି । 

Advertisment

୬ ତାରିଖ ଉପକୂଳ ଓଡିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣର ଅନେକ ସ୍ଥାନ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୭ରୁ ବର୍ଷାର ପ୍ରକୋପ କମିବାକୁ ଥିବା ବେଳେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଇଏମଡି ଆକଳନ କରିଛି ।

ଅଧିକ ପଢନ୍ତୁ: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର; ୪ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା !

Weather Heavy Rainfall Alert
Advertisment
Advertisment