Advertisment

ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ଉପସ୍ଥିତ ରହିବେ ରାଜସ୍ୱ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ

ଆଜି ଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବାତ୍ୟା ମୁକାବିଲା ସଂପର୍କରେ ସେ ସମୀକ୍ଷା କରିବେ ।

ଅଦ୍ୟତନ ହୋଇଛି
Odisha CM Mohan Majhi to Review Cyclone Dana Preparedness

Mohan Majhi

Advertisment

ମାଡ଼ି ଆସୁଛି ବାତ୍ୟା ‘ଦାନା’ । ଯାହାକୁ ନେଇ ଆତଙ୍କିତ ହୋଇପଡ଼ିଛନ୍ତି ଓଡ଼ିଶାବାସୀ । ଆସନ୍ତା ୨୩ ତାରିଖରେ ବାତ୍ୟା ସୃଷ୍ଟି ହୋଇ ୨୪ ତାରିଖ ସକାଳେ ଏହା ଓଡ଼ିଶା ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିମି ରହିପାରେ । ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇପଡ଼ିଛନ୍ତି ସରକାର । ତେବେ ଆଜି ଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବାତ୍ୟା ମୁକାବିଲା ସେ ସମୀକ୍ଷା କରିବେ । ଏହି ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, SRC ଉପସ୍ଥିତ ରହିବେ ।

Advertisment

Cyclone Dana Live Updates: ଆସୁଛି ବାତ୍ୟା ‘ଦାନା’, ୨୪ରେ ଛୁଁଇବ ଓଡ଼ିଶା !

ସେପଟେ ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ବୋଲି କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଓଟିଭିକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା ଦେଇଛନ୍ତି । ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି । ବାତ୍ୟାକୁ ନେଇ ଭୟଭୀତ ନ ହେବାକୁ ସେ କହିଛନ୍ତି । ସେହିପରି ସେ ଆହୁରି କହିଛନ୍ତି ‘ମୁଖ୍ୟ ସଚିବ, ଏସ୍‌ଆର୍‌ସି ସମୀକ୍ଷା କରିଛନ୍ତି । ମୁଁ ବି ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେଁ, ପୂରା ୩୦ ଜିଲ୍ଲାରେ ପ୍ରସ୍ତୁତି ରହିବ। ୩୦ ଜିଲ୍ଲାରେ ଓଡ୍ରାଫ୍‌ ଟିମ୍‌ ମୁତୟନ ରହିବେ, ଏନ୍‌ଡିଆର୍‌ଏଫ୍‌କୁ ମଧ୍ୟ ଆଲର୍ଟ ରଖାଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡ଼ା ବାରଣ କରାଯାଇଛି। ଟ୍ରଲରମାଲିକ ଯଦି ଜୋର୍‌ କରି ପଠାନ୍ତି, ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ’ ।

ସେହିପରି ଲୋକଙ୍କୁ ସ୍ଥାନାନ୍ତରକୁ ନେଇ କହିଛନ୍ତି ଯେ, ‘ସମୟ ଯେତେ ପାଖେଇ ଆସିବ, ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ। ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁନି’ ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।

Advertisment
Odisha News Odisha Govt Cyclone Warning Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ