• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ବିଶେଷ କରି ପାହାଡ଼ିଆ ଅଞ୍ଚଳରେ ଅଧିକ ଶୀତ ଅନୁଭୂତ ହେଉଛି । ଗତକାଲି କନ୍ଧମାଳ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ଥିଲା ୮.୪ ଡିଗ୍ରୀ ରହିଥିଲା । ସେହିପରି ଫୁଲବାଣୀରେ ୧୦.୫ ଡିଗ୍ରୀ ଥିଲା ସର୍ବନିମ୍ନ ତାପମାତ୍ରା । ମାଳଭୂମି କୋରାପୁଟ ରେ ମଧ୍ୟ ଶୀତରେ ଅସ୍ତବ୍ୟସ୍ତ ଲୋକେ । ଗତ ୪ ଦିନ ହେଲା କୋରାପୁଟରେ ପ୍ରବଳ ଶୀତ ଅନୁଭୁତ ହେଉଛି । ସେମିଳିଗୁଡା ସମେତ ସମଗ୍ର କୋରାପୁଟ ଜିଲ୍ଲା ଶୀତରେ ଥରୁଛି ।

ପାରଦ ଦିନକୁ ଦିନ ଖସିବାରେ ଲାଗିଛି । ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି । ସକାଳୁ ସକାଳୁ ସବୁଠି ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳୁଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଉ ଦିନକ ପରେ ରାତିର ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିପାରେ । ଫଳରେ ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ବୋଲି ଆଶା କରାଯାଉଛି ।

ଅନ୍ୟପଟେ ଲଘୁଚାପ ପ୍ରଭାବରେ ପୁଣି ହେବ ପ୍ରବଳ ବର୍ଷା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାସହ ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ।

ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ୨୧ ତାରିଖ ବେଳକୁ ଓଡ଼ିଶା ର ୭ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମଗଜପତିରାୟଗଡ଼ାକନ୍ଧମାଳମାଲକାନଗିରି ଓ କୋରାପୁଟ। ଏହିସବୁ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।