/odishatv-khabar/media/post_attachments/uploadimage/library/16_9/16_9_0/IMAGE_1661057049.jpg)
Flood Water
ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି । ମଥାନୀରେ ଜଳକା ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀରେ ବିପଦ ସଂକେତ ୫.୫୦ ମି. ଥିବା ବେଳେ ଜଳସ୍ତର ୬.୯୦ ମି. ରହିଛି । ବୁଢ଼ାବଳଙ୍ଗର ବିପଦ ସଂକେତ ୮.୧୩ ମି ଥିବା ବେଳେ ଜଳସ୍ତର ଏବେ ୭.୪୨ ମି. ରହିଛି । ସୁବର୍ଣ୍ଣରେଖାର ବିପଦ ସଂକେତ ୧୦.୩୬ ମି.ଥିବା ବେଳେ ଜଳସ୍ତର ୭.୯୮ ମି.ରହିଛି । ବୁଢାବଳଙ୍ଗ ନଦୀର ପାଣି ଯୋଗୁଁ ବାଲେଶ୍ୱର ସହର ତଳି ଅଞ୍ଚଳ ଜଳମଗ୍ନ ହୋଇପଡିଛି । ଫୁଲାଡ଼ି, ଚାନ୍ଦମାରିପଡ଼ିଆ, କଣ୍ଟାବଣିଆ, ପସିମିଳାରେ ବନ୍ୟାଜଳ ପଶିଛି । ବ୍ୟାପକ ଅଞ୍ଚଳ ଜଳମଗ୍ନ ଯୋଗୁଁ ଲୋକେ ହନ୍ତସନ୍ତ ହେଉଛନ୍ତି ।
ସେପଟେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାର ତଳି ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖାଦେଇଛି । ସପ୍ତାହରେ ଦ୍ୱିତୀୟ ଥର ପାଇଁ ବୈତରଣୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ ୧୭.୮୩ ମିଟର ରହିଥିବା ବେଳେ ସକାଳ ଭୋର ୪ଟା ସୁଦ୍ଧା ଜଳସ୍ତର ୧୮. ୮୪ ମିଟର ରେ ବନ୍ୟା ଜଳ ପ୍ରବାହିତ ହେଉଛି ।
ବୈତରଣୀ ନଦୀର ଶାଖା ଗେଙ୍ଗୁଟି, କୋଚିଳା ଆଦି ନଦୀର ବି ଜଳସ୍ତର ବଢିଛି । ବିଶେଷ କରି ଧାମନଗର, ଭଣ୍ଡାରିପୋଖରୀ, ତିହିଡି ଓ ଚାନ୍ଦବାଲି ବ୍ଲକର ତଳିଆ ଅଞ୍ଚଳ ପ୍ରଭାବିତ ହେବ ବୋଲି ଆଶଙ୍କା ରହିଛି । ତେବେ ପୂର୍ବ ବନ୍ୟାର ପାଣି ସମ୍ପୂର୍ଣ ନିଷ୍କାସିତ ହୋଇନଥିବା ବେଳେ ଏବେ ପୁଣି ବୈତରଣୀ ରେ ବନ୍ୟା ସଙ୍ଗିନ ପରିସ୍ଥିତି ସୃଷ୍ଟି କରିଛି । ଜିଲ୍ଲାରେ ବନ୍ୟା ପରିସ୍ଥିତିକୁ ଦେଖି ଦୁଇଟି ଓଡ୍ରାଫ୍, ଦୁଇଟି ଏନଡିଆରଏଫ୍ ଓ ୮ ଟି ଅଗ୍ନିଶମ ବାହିନୀ ମୁତୟନ ରହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)