Odisha Govt Directs Employees Not To Leave Headquarters
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କି.ମି. ଯାଏ ବ୍ୟାପିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି।
ଅନ୍ୟପକ୍ଷେ, ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଓଡ଼ିଶା ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ୨୩ରୁ ୨୫ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ସମ୍ଭାବ୍ୟ ବାତ୍ୟା ନେଇ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ତାରିଖ ଠାରୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହିବାର ଥିବାରୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।
ଅଧିକ ପଢ଼ନ୍ତୁ: ବାତ୍ୟା ଆସୁଛି ! ଟ୍ୱିଟ୍ କରି ସୂଚନା ଦେଲା ପାଣିପାଗ ବିଭାଗ
ସୂଚନାଥାଉ କି, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇପାରେ। ଏହାସହ ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/____1666080741.jpg)