/odishatv-khabar/media/post_attachments/uploadimage/library/16_9/16_9_0/IMAGE_1747052376.jpg)
Summer alert
କଲବଲ କରୁଛି ତାତି । ଆଗକୁ ଆହୁରି ଜଳିବ ଓଡିଶା । ଆସନ୍ତା ୧୭ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ । ତାପମାତ୍ରା ଠାରୁ ଢେର ଅଧିକ ଆର୍ଦ୍ରତା । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବା ନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆଜି ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି ।
ଆଜି ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ସର୍ବାଧିକ ୪୨.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା ୪୧.୬ ଡିଗ୍ରୀ, ହୀରାକୁଦ ୪୧.୦ ଡିଗ୍ରୀ, ଭୁବନେଶ୍ୱର ୪୦.୦ ଡିଗ୍ରୀ, ରାଉରକେଲା ୩୯.୬ ଡିଗ୍ରୀ ଓ କେନ୍ଦୁଝରରେ ୩୭.୬ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।
ଅଧିକ ପଢ଼ନ୍ତୁ: ଭୟଙ୍କର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ଜଳିଗଲା ଦୋକାନ
ଉଲ୍ଲେଖଯାଗ୍ୟ, ମେ ୧୩ ତାରିଖରେ ପ୍ରବଳ ଖରା ଓ ଗୁଳୁଗୁଳି ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଆଜି ପ୍ରବଳ ଖରା ଓ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ନେଇ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିଲା ଆଇଏମଡି । ଗତ କାଲି ୧୯ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ୪୩.୨ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା ସମ୍ବଲପୁର । ପଶ୍ଚିମ ଓଡିଶା ସହ ଉପକୂଳ ଓଡିଶାରେ ମଧ୍ୟ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି । ଏପରି ପରିସ୍ଥିତିରେ ଅତି ଆବଶ୍ୟକ କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)