• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ଣର ତାଉ । ଏହାରି ମଧ୍ୟରେ ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୂରଭଂଜ ସହ ଉତ୍ତର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ହେଲେ ଅନ୍ୟ ସବୁ ଜିଲ୍ଲାରେ ପାଗ ପ୍ରାୟ ଶୁଖିଲା ରହିବାରସମ୍ଭାବନା ରହିଛି । ଏହାସହ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ସତ୍ତ୍ୱେ ଆଜି ବି ରାଜ୍ୟରେ ଅଧିକ ଖରା ସହ ଗ୍ରୀଷ୍ଣ ପ୍ରବାହ ଅନୁଭୂତ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ଯାହା ଫଳରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିପାରେ ।

ସେହିପରି, ଗତକାଲି ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୧. ୬ ଡିଗ୍ରୀ ରେକର୍ଡ ହୋଇଥିବାରୁ ଟିଟିଲାଗଡ଼ ସବୁଠାରୁ ତତଲା ସହର ପାଲଟିଥିଲା । କେବଳ ଟିଟିଲାଗଡ଼ ନୁହେଁ ଗତକାଲି ରାଜ୍ୟର ୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।

OTV is now on Whatsapp

Join and get latest news update delivered to you via whatsapp

Join Now