/odishatv-khabar/media/post_attachments/uploadimage/library/16_9/16_9_0/IMAGE_1649914780.jpg)
Weather Alert In Odisha
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଜଳୁଛି ପଶ୍ଚିମ ଓଡ଼ିଶା। ତତଲା ତାଓ୍ୱା ପାଲଟିଛି ଝାରସୁଗୁଡ଼ା। ଗତକାଲିି ଝାରସୁଗୁଡ଼ାରେ ୪୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଆଜି ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଆଜି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।
Advertisment
କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିପରି ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଗତକାଲି ରାଜ୍ୟର ୧୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ସୋନପୁର, ବଲାଙ୍ଗିର ଏବଂ ଟିଟିଲାଗଡ଼ରେ ତାପମାତ୍ରା ୪୩ ଡିଗ୍ରୀ ଟପିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)