/odishatv-khabar/media/post_attachments/uploadimage/library/16_9/16_9_0/IMAGE_1651294265.jpg)
Weather Alert
ତାତିରୁ ମିଳିବ ଆଶ୍ୱସ୍ତି । ସାରା ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଥିବା ବେଳେ ମେ’ ପହିଲାରୁ ପ୍ରଚଣ୍ଡ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ମେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଏହା ପ୍ରଭାବରେ ପ୍ରଭାବରେ ୫ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା
ବଙ୍ଗୋପସାଗର ର ମଧ୍ୟରୁ ଦକ୍ଷିଣ ଏବଂ ଦକ୍ଷିଣ ପୂର୍ବ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ ପୁର୍ଣବାୟୁ
ପ୍ରଭାବରେ, ଆସନ୍ତା କାଲିଠାରୁ ୩ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା
— Meteorological Centre, Bhubaneswar (@mcbbsr) April 30, 2022
ବଙ୍ଗୋପସାଗରର ମଧ୍ୟରୁ ଦକ୍ଷିଣ ଏବଂ ଦକ୍ଷିଣ ପୂର୍ବ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ ପୁର୍ଣ୍ଣବାୟୁ । ଏହା ପ୍ରଭାବରେ, ଆସନ୍ତା କାଲିଠାରୁ ୩ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । କାଳବୈଶାଖୀ ପ୍ରଭାବରେ ୨ ରୁ ୩ ଦିନ ମଧ୍ୟରେ ତାପମାତ୍ରା ୨ ଡ଼ିଗ୍ରୀ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏହା ବ୍ୟତୀତ ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ ।
ଅନ୍ୟପକ୍ଷେ, ଗତକାଲି ବି ବୌଦ୍ଧ ତାପମାତ୍ରା ରେକର୍ଡ କରିଥିଲା । ବୌଦ୍ଧର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ ରହିଥିବାର ରେକର୍ଡ ହୋଇଛି । ଗତକାଲି ୨୫ଟି ସହର ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ଥିବାବେଳେ ୯ଟି ସହରର ତାପମାତ୍ରା ୪୩ ଡିଗ୍ରୀ ଉପରେ ରହିଥିଲା । ସେହିପରି ୫ଟି ସହରର ତାପମାତ୍ରା ୪୪ ଡିଗ୍ରୀ ଉପରେ ରହିଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)