Advertisment

ପାଣିପାଗ ବିଭାଗର ସତର୍କ ସୂଚନା- ଏହି ୨ ଦିନ ପ୍ରବଳ ବର୍ଷିବ !

ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି।

author-image
Rajalaxmi Sahoo
Odisha Likely To Experience Rain For Next 3 Days

Odisha Likely To Experience Rain For Next 3 Days

ଆସନ୍ତାକାଲିଠୁ ପୁଣି ୩ ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି।

Advertisment

୨୨ ଏବଂ ୨୩ ତାରିଖରେ ବର୍ଷାର ପରିମାଣ ଆହୁରି ବଢ଼ିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେବେ ମୌସୁମୀ ଦୁର୍ବଳ ଥିବାରୁ ଆଜି ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ। କେବଳ କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। 

ଗତ କିଛିଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ଫଳରେ ଯାତାୟତରେ ସମସ୍ୟା ସୃଷ୍ଟି ହେଉଛି। 

Advertisment
Rain In Odisha Heavy Rainfall Alert Weather In Odisha
Advertisment
Advertisment