/odishatv-khabar/media/post_attachments/uploadimage/library/16_9/16_9_0/IMAGE_1744622115.jpg)
Rainfall Alert
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଝଡ଼ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ୪ ଦିନ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । ଘଡ଼ଘଡ଼ି ବିଜୁଳି ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।
ଅଧିକ ପଢ଼ନ୍ତୁ: ମହାନଦୀରେ ପାଣି ନାହିଁ, ଦେଖାଯାଉଛି ବାଲି ଆଉ ପଥର…
ସେହିଭଳି ୧୬ ତାରିଖରେ ୨୧ ଜିଲ୍ଲା ଏବଂ ୧୭ରେ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୮ ତାରିଖରେ ୧୭ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପ୍ରବଳ ବର୍ଷା ବି ହୋଇପାରେ ।
ପାଣିପାଗ ବିଭାଗର ଆକଳନ ଅନୁସାରେ, ପଶ୍ଚିମ ଓଡ଼ିଶାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ୧୯ ତାରିଖରୁ ରାଜ୍ୟରେ ପାଗ ଶୁଖିଲା ରହିବ । ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)