Advertisment

Kalbaishakhi Rainfall Alert in Odisha:୪ ଦିନ ହେବ ଝଡ଼ବର୍ଷା;୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ବର୍ଷା ଓ ପବନ ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପଶ୍ଚିମ ଓଡ଼ିଶାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୯ ତାରିଖରୁ ଶୁଖିଲା ରହିବ ପାଗ। ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି କହିଛି ପାଣିପାଗ କେନ୍ଦ୍ର।

author-image
Tapaswini Nayak
Weather

Weather

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷାର ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ବର୍ଷାପବନ ହେବା ନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ହେବ କାଳବୈଶାଖୀ ବର୍ଷା। ଘଡ଼ଘଡ଼ି ବିଜୁଳି ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ବି ହୋଇପାରେ।

ଅଧିକ ପଢ଼ନ୍ତୁ: କାଳବୈଶାଖୀ କମାଇଲା ତାତି, ୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଆଜି ବର୍ଷା ଓ ପବନ ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପଶ୍ଚିମ ଓଡ଼ିଶାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୯ ତାରିଖରୁ ଶୁଖିଲା ରହିବ ପାଗ। ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି କହିଛି ପାଣିପାଗ କେନ୍ଦ୍ର।

Advertisment

 ସୂଚନାଯୋଗ୍ୟ, ରାଜ୍ୟରେ କିଛି  ଦିନ ହେବ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ପବନ ହେଉଛି।  ଫଳର ତାତିରୁ ରାଜ୍ୟ ବାସୀଙ୍କୁ ଆଶ୍ୱସ୍ତି  ମିଳିଛି। 

ଅଧିକ ପଢ଼ନ୍ତୁ: ଆସନ୍ତା ୪ ଦିନ କାଳବୈଶାଖୀ ବର୍ଷା ! ଏସବୁ ଜିଲ୍ଲାରେ ପ୍ରବଳ ଛେଚିବ

Weather Odisha Weather Weather Update
Advertisment
Advertisment