/odishatv-khabar/media/post_attachments/uploadimage/library/16_9/16_9_0/Rainfall_1749529226.jpg)
Rainfall
ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବ ଯୋଗୁଁ ଆସନ୍ତା ୩ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୧୩ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆକଳନ କରାଯାଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଉପକୂଳ ଓଡ଼ିଶା ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।
#୧୩_ଯାଏଁ_ ଛେଚିବ
ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଚେତାବନୀ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଉପକୂଳ ଓଡ଼ିଶା ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। #Weather#Rain#OTV pic.twitter.com/r8PyYgRhIq— ଓଟିଭି (@otvkhabar) June 10, 2025
ଅଧିକ ପଢନ୍ତୁ: ଶ୍ରୀମନ୍ଦିରରେ ସେନାପଟା ନୀତି; ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ
ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ହେବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ଏଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ଯୋଗୁଁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।
ତେବେ ମେ’ ୨୯ରୁ ନିଷ୍କ୍ରିୟ ଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୁଣି ସକ୍ରିୟ ହେବାକୁ ଯାଉଛି । ଅପରପକ୍ଷେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩୪ରୁ ୩୬ ଡ଼ିଗ୍ରୀ ମଧ୍ୟରେ ସୀମିତ ଥିଲେ ବି ଆର୍ଦ୍ରତା ୬୪ %ରୁ ଅଧିକ ରହୁଛି । ଫଳରେ ଅସହ୍ୟ ଗୁଳୁଗୁଳି ଅନୁଭୁତ ହେଉଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ଅଧିକ ପଢନ୍ତୁ:୧୧ରେ ସ୍ନାନପୂର୍ଣ୍ଣିମା, ପୁରୀ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ
Man Stabs Lover: ବିବାହ ପରେ ପ୍ରେମିକ ସହ ଯାଇଥିଲେ OYO, ଛୁରୀ ଭୁସି ମାରିଦେଲା

Murder Suicide: ପତ୍ନୀକୁ ହତ୍ୟା କରିବା ପରେ ଜଙ୍ଗଲରେ ଝୁଲି ପଡ଼ିଲେ

Senapata Lagi Ritual: ଆଜି ମହାପ୍ରଭୁଙ୍କ ସେନାପଟା ନୀତି; ବନ୍ଦ ରହିବ ଜଗା ଦର୍ଶନ

Mobile App for Revenue Department Certificates: ଘରେ ବସି ମିଳିବ ରାଜସ୍ବ ବିଭାଗର ପ୍ରମାଣପତ୍ର, ମୋବାଇଲ୍ ଆପରେ ମିଳିବ ୧୮ ପ୍ରକାର ସେବା

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)