Odisha monsoon
ଧୀରେ ଧୀରେ ରାଜ୍ୟରେ ବର୍ଷା କମୁଛି । ୩-୪ ଦିନ ମଧ୍ୟରେ ବର୍ଷା କମିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ଆଜି ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସମ୍ଭାବନା ରହିଛି ।
ସେହିପରି ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଂଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1695612859.jpg)