/odishatv-khabar/media/post_attachments/uploadimage/library/16_9/16_9_0/IMAGE_1736651402.jpg)
Odisha to Experience Severe Winter
୨ ଦିନ ପରେ ପୁଣି ଖସିବ ପାରଦ । ପ୍ରବଳ ଶୀତରେ ଥରିବ ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ପୂର୍ବାନୁମାନ କରିଛି । ତେବେ ଆଗମୀ ୨ ଦିନରେ ରାଜ୍ୟର ସର୍ବନିମ୍ମ ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ୧୪ ତାରିଖ ଯାଏଁ ୧୦ ଜିଲ୍ଲାରେ କୁହୁଡ଼ି ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ଟୁଇନ୍ ସିଟିରେ ଘନ କୁହୁଡ଼ି । ଦେଖାଯାଉନି ରାସ୍ତାଘାଟ । ପ୍ରବଳ ଶୀତ ସହ ଘନ କୁହୁଡ଼ି ଜୀବନକୁ କରୁଛି ଅସ୍ତବ୍ୟସ୍ତ । ସକାଳୁ ସକାଳୁ କଟକ, ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସହରରେ ଘନ କୁହୁଡ଼ି ଦେଖାଦେଇଛି । ଭୁବନେଶ୍ବର ଓ କଟକରେ ଦୃଶ୍ୟମାନ ଦୂରତା ପ୍ରାୟ ୧୦ ମିଟର ରହିଛି । ଏଣୁ ଯାତାୟାତରେ ଅନେକ ସମସ୍ୟା ଦେଖାଦେଉଛି ।
ଅଧିକ ପଢ଼ନ୍ତୁ: ଟ୍ୱିନ୍ ସିଟିରେ ଘନ କୁହୁଡ଼ି, ୧୦ ମିଟର ବି ଦେଖାଯାଉନି ରାସ୍ତା
ଡିସେମ୍ବର ଓ ଜାନୁଆରୀରେ ପଡ଼େ ପ୍ରବଳ ଶୀତ। ହାତୋଗୋଡ଼ କାଲୁଆ ପଡ଼ିଯାଏ। କିନ୍ତୁ ଏବର୍ଷ ବିରାଟ ବ୍ୟତିକ୍ରମ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ତଥ୍ୟ କହୁଛି, ଗତ ୧୦ ବର୍ଷରେ ରାଜ୍ୟରେ ଏମିତି ଟ୍ରେଣ୍ଡ ଦେଖିବାକୁ ମିଳିଛି। ଅଧିକାଂଶ ସହରରେ ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହୁଛି। ୨୦୨୨ ଡିସେମ୍ବରରେ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୩.୨ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା। ସେହିପରି ୨୦୨୦ ଡିସେମ୍ବରରେ ବାଲେଶ୍ୱରରେ ୩୩.୪, ପାରାଦୀପରେ ୩୧.୨, ଝାରସୁଗୁଡ଼ାରେ ୩୩, ୨୦୧୫ରେ କେନ୍ଦୁଝରରେ ୩୨.୯ ଓ ୨୦୧୨ରେ ପୁରୀରେ ଡିସେମ୍ବରରେ ପାରଦ ରହିଥିଲା ୩୧.୬ ଡିଗ୍ରୀ ସେଲସିୟସ୍।
ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଋତୁଚକ୍ର ଉପରେ ପଡୁଛି। ଫଳରେ ଶୀତ ଦିନେ କେବେ ବର୍ଷା ଦାଉ ସାଧୁଛି ତ କେବେ ଗ୍ରୀଷ୍ମଋତୁ ଭଳି ଟାଇଁ ଟାଇଁ ଖରା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)