Advertisment

Low Pressure in Bay of Bengal: ୧୨ ଘଣ୍ଟାରେ ଲଘୁଚାପ; ୪ ଜିଲ୍ଲାରେ ପ୍ରବଳ ଛେଚିବ

ଆସନ୍ତା ୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
weather

weather

ଆସନ୍ତା ୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ।

ଅଧିକ ପଢନ୍ତୁ: ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ; ଭିଜିବ ସାରା ଓଡ଼ିଶା

ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଉପକୂଳ ଓ ୪ ଜିଲ୍ଲା ସଂଲଗ୍ନ ଅଞ୍ଚଳରେ ବି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Advertisment

 ସେହି ଜିଲ୍ଲା ଗୁଡ଼ିକ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତି, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିପାରେ । ଅନ୍ୟପକ୍ଷରେ ରାଜଧାନୀ ଭୁବନେଶ୍ୱରରେ ଗତକାଲିଠୁ ବର୍ଷା ଲାଗି ରହିଛି । ଆଜି ସକାଳୁ ପାଗ ମେଘୁଆ ରହିବା ସହ କିଛିକିଛି ସ୍ଥାନରେ ବର୍ଷା ହୋଇଛି ।

ଅଧିକ ପଢନ୍ତୁ: ଭିଜୁଛି ରାଜ୍ୟ, ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Rain Warning Rain Alert Weather Update
Advertisment
Advertisment