• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବାହ ଦୁର୍ବଳ । ତେଣୁ ଗତ ୩ ରୁ ୪ ଦିନ ଧରି ବର୍ଷାର ମାତ୍ର କମିଛି । ଏହାସହ ଉଚ୍ଚ ଆଦ୍ରତାର ଉପସ୍ଥିତି ହେତୁ ଗୁଳୁଗୁଳି ଅନୁଭୂତ ହେଉଛି । ତେବେ ମୌସୁମୀର ଲୁଚକାଳି ଭିତରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାକୁ ଯାଉଛି । ଏନେଇ ପାଣିପାଗ ବିଭାଗ ଅନୁମାନ କରିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆସନ୍ତାକାଲିଠାରୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଦୁର୍ବଳ ପ୍ରବାହ ଯୋଗୁ ଗତ କିଛି ଦିନ ହେବ ରାଜ୍ୟରେ ବର୍ଷାର ମାତ୍ରା କମ୍ ଥିବା ବେଳେ ତାପମାତ୍ରା ବଢିବାରେ ଲାଗିଛି ।