Advertisment

ଗୁଳୁଗୁଳି କମିବ.. ଆଗକୁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲିଠୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ।

Weather News

Weather News

Advertisment

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବାହ ଦୁର୍ବଳ । ତେଣୁ ଗତ ୩ ରୁ ୪ ଦିନ ଧରି ବର୍ଷାର ମାତ୍ର କମିଛି । ଏହାସହ ଉଚ୍ଚ ଆଦ୍ରତାର ଉପସ୍ଥିତି ହେତୁ ଗୁଳୁଗୁଳି ଅନୁଭୂତ ହେଉଛି । ତେବେ ମୌସୁମୀର ଲୁଚକାଳି ଭିତରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାକୁ ଯାଉଛି । ଏନେଇ ପାଣିପାଗ ବିଭାଗ ଅନୁମାନ କରିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Advertisment

ଆସନ୍ତାକାଲିଠାରୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଦୁର୍ବଳ ପ୍ରବାହ ଯୋଗୁ ଗତ କିଛି ଦିନ ହେବ ରାଜ୍ୟରେ ବର୍ଷାର ମାତ୍ରା କମ୍ ଥିବା ବେଳେ ତାପମାତ୍ରା ବଢିବାରେ ଲାଗିଛି ।

Heat Wave Weather News Heavy Rain
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ