/odishatv-khabar/media/post_attachments/uploadimage/library/16_9/16_9_0/IMAGE_1751516098.jpg)
Weather Update
ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ହୋଇପାରେ ପ୍ରବଳ ବର୍ଷା । ଏନେଇ ବିଭିନ୍ନ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଜି ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏଥିସହ ବିଜୁଳି ଘଡ଼ଘଡ଼ି ନେଇ ଚେତାବନୀ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ଏହି ୫ ଜିଲ୍ଲା ହେଲା ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ା । ଏସବୁ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାସହ ବିଜୁଳି ଘଡ଼ଘଡ଼ି ନେଇ ମଧ୍ୟ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗତ କିଛି ଦିନ ହେବ ରାଜ୍ୟରେ ଜାରି ରହିଛି ବର୍ଷା । ସକ୍ରିୟ ଲଘୁଚାପ ପ୍ରଭାବରେ ଆହୁରି ବର୍ଷା ହେବା ନେଇ ବିଭାଗ ଆକଳନ କରିଛି । ପ୍ରବଳ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ଉପୁଜିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)



/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)