Advertisment

୨୫ରୁ ପ୍ରବଳ ବର୍ଷିବ ! ଆଜି ୧୪ ଜିଲ୍ଲାକୁ ସତର୍କ ସୂଚନା

୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବିଶେଷ କରି ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।

author-image
Rajalaxmi Sahoo
Odisha to witness heavy rainfall under the influence of fresh low pressure area

Odisha to witness heavy rainfall under the influence of fresh low pressure area

ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

Advertisment

ବିଶେଷ କରି ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ପାଇଁ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଏହି ଜିଲ୍ଲା ଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି। ସେହିପରି ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। 

Advertisment
Heavy Rainfall Alert
Advertisment
Advertisment