• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ୨୯ ତାରିଖ ଯାଏଁ ବର୍ଷା ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ଆସନ୍ତାକାଲିଠାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ ସୁନ୍ଦରଗଡ ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ବିଭାଗ । ସେହିପରି ୨୭ ତାରିଖରେ ସମ୍ବଲପୁର ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।

୨୬ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହିତ ୩୦ ରୁ ୪୦କିମି ବେଗରେ ପବନ ବହିପାରେ । ସେପଟେ ସାରା ରାଜ୍ୟକୁ ମୌସୁମୀ ଛୁଇଁଛି ।

ପଢନ୍ତୁ ଏହି ଖବର: ମୌସୁମୀର ପ୍ରଭାବ ଜାରି; ଆସୁଛି ବଡ଼ ବର୍ଷା, ୨୬ରେ ଘୂର୍ଣ୍ଣିବଳୟ!

ମୌସୁମୀ ସିଜିନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ ବୃଷ୍ଟିପାତ । ଜୁନ ମାସରେ ୪୧ ପ୍ରତିଶତ କମ୍ ବର୍ଷା ହୋଇଛି । ସେପଟେ ଗତ କିଛିଦିନ ତଳେ ରାଜ୍ୟରେ ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱରକୁ ମୌସୁମୀ ଛୁଇଁବା ସହ ସାରା ରାଜ୍ୟରେ ସକ୍ରିୟ ହୋଇଛି ।

ମୌସୁମୀ ସକ୍ରିୟ ଯୋଗୁଁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ୨୬ରୁ ବଢ଼ିବ ବର୍ଷାର ପରିମାଣ । ଏନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା ।

ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୬ରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସେପଟେ ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି । ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି ।

ସେପଟେ ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି । ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ବନ୍ୟା ପରିଚାଳନା ନୀତି, ମହାନଦୀ ରିଜୁଭେନେସନ୍, ଜଳ ସଂରକ୍ଷଣ ନୀତି ଏବଂ ଆନ୍ତଃ ନଦୀ ଜଳପଥର ଉନ୍ନତି ପାଇଁ କମିଟି ଗଠନ ହେବ । ଏହି କମିଟି ଗଠନ କରି ୧୦୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ବନ୍ୟା ନିୟନ୍ତ୍ରଣ ପାଇଁ ନଦୀବନ୍ଧ ସୁଦୃଢ଼ୀକରଣ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ପଢନ୍ତୁ ଏହି ଖବର: ଦିଲ୍ଲୀରେ ଅସହ୍ୟ ତାତି; ୮ଦିନରେ ଗଲାଣି ୧୯୨ ବାସହୀନଙ୍କ ଜୀବନ

OTV is now on Whatsapp

Join and get latest news update delivered to you via whatsapp

Join Now