ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ପ୍ରଭାବରେ ଆଜିଠୁ ବଢିବ ବର୍ଷା ପରିମାଣ

ଆଜିଠୁ ବଢିବ ବର୍ଷା ପରିମାଣ,ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ

heavy rainfall alert

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଆସନ୍ତାକାଲି ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ଉତ୍ତର-ପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି ।

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସେହିପରି ଆଜି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅନ୍ୟପଟେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।