/odishatv-khabar/media/post_attachments/uploadimage/library/16_9/16_9_0/s_1693797755.jpg)
Odisha To Witness Rain And Lightning
ସାରା ରାଜ୍ୟରେ ଆଜି ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଛି। ଏନେଇ ୩୦ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏବେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ।
ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟ ସାରା ବର୍ଷା ସହ ଘଡ଼ଘଡ଼ି ହେବା ତା’ସହ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ: ସକ୍ରିୟ ରହିଛି ଘୂର୍ଣ୍ଣିବଳୟ; ଆଜି ବି ପ୍ରବଳ ବର୍ଷିବ
ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଆଜି କିଛି
ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)