/odishatv-khabar/media/post_attachments/uploadimage/library/16_9/16_9_0/IMAGE_1684116810.jpg)
Odisha Weather
ରାଜ୍ୟରେ ପୁଣି ବୃଦ୍ଧି ପାଇଛି ତାପମାତ୍ରା । ଦିନବେଳା ପ୍ରବଳ ଗ୍ରୀଷ୍ମ ଅନୁଭବ ହେଉଥିବାବେଳେ ଏହିଭଳି ପାଗ ଆଗାମୀ କିଛିଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆଜି ରାଜ୍ୟର ୪ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁର କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଏଠାରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
Advertisment
ସେହିପରି ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ, ବଲାଙ୍ଗିରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୭ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗିର ପାଇଁ ୱାର୍ଣ୍ଣିଂ ଜାରି ହୋଇଛି ।
ରାଜ୍ୟରେ ବର୍ତ୍ତମାନ ପ୍ରବଳ ଗରମ ସହ ଗୁଳଗୁଳି ଅନୁଭୂତ ହେଉଛି । ସକାଳ ୮ଟା ନହେଉଣୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)