Advertisment

ଆହୁରି ତାତିବ ଓଡ଼ିଶା; ୪ ଜିଲ୍ଲାରେ ଟପିବ ୪୫ ଡିଗ୍ରୀ ତାପମାତ୍ରା !

୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗିରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି ।

ଅଦ୍ୟତନ ହୋଇଛି
Heat Wave Alert In Odisha

Odisha Weather

Advertisment

ରାଜ୍ୟରେ ପୁଣି ବୃଦ୍ଧି ପାଇଛି ତାପମାତ୍ରା । ଦିନବେଳା ପ୍ରବଳ ଗ୍ରୀଷ୍ମ ଅନୁଭବ ହେଉଥିବାବେଳେ ଏହିଭଳି ପାଗ ଆଗାମୀ କିଛିଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆଜି ରାଜ୍ୟର ୪ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁର କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଏଠାରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Advertisment

ସେହିପରି ୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ, ବଲାଙ୍ଗିରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୭ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗିର ପାଇଁ ୱାର୍ଣ୍ଣିଂ ଜାରି ହୋଇଛି ।

ରାଜ୍ୟରେ ବର୍ତ୍ତମାନ ପ୍ରବଳ ଗରମ ସହ ଗୁଳଗୁଳି ଅନୁଭୂତ ହେଉଛି । ସକାଳ ୮ଟା ନହେଉଣୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି ।

Advertisment
Weather Update Heatwave Heat Wave Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ