/odishatv-khabar/media/post_attachments/uploadimage/library/16_9/16_9_0/IMAGE_1693803623.jpg)
Odisha Weather
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଗତ ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାବେଳେ ଆଜି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
Advertisment
ଅଧିକ ପଢ଼ନ୍ତୁ: ସାରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏହି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ।
Advertisment
ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)