/odishatv-khabar/media/post_attachments/uploadimage/library/16_9/16_9_0/IMAGE_1690543027.jpg)
Weather News
ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେଥିମଧ୍ୟରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ମଧ୍ୟ ଜାରି କରାଯାଇଛି । ସେଗୁଡ଼ିକ ହେଲା ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର । ଏହି ୩ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସେପଟେ ପ୍ରବଳ ବର୍ଷା ନେଇ ଅନ୍ୟ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେଗୁଡ଼ିକ ହେଲା ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ।
ତେବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଏବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା ଲାଗିରହିଛି। ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ ବର୍ଷାର ପ୍ରଭାବ ଅଧିକ ରହିବାର ସମ୍ଭାବନା ରହିଛି ।
ଏଥିପାଇଁ ଆଜି ସକାଳ ଯାଏଁ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା । ଏହି ଜିଲ୍ଲାର କିଛି ସ୍ଥାନର ତଳି ଅଞ୍ଚଳରେ ପାଣି ଜମିବା ସହ ଭୂସ୍ଖଳନ ଏବଂ ଗମନାଗମନରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି । କେତେକ ସ୍ଥାନରେ ଭୂସ୍ଖଳ ଭଳି ସମସ୍ୟାର ଆଶଙ୍କା ରହିଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)