ଉପକୂଳ ଓଡ଼ିଶାରେ କାଳବୈଶାଖୀ ତାଣ୍ଡବ, ଭୟଙ୍କର ବିଜୁଳି-ଘଡ଼ଘଡ଼ି

ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ ।

Heavy Rain

କାଳବୈଶାଖୀ ପ୍ରଭାବରେ ଛେଚିଲା ବର୍ଷା । ରାଜଧାନୀ ସମେତ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଖୋର୍ଦ୍ଧା, ପୁରୀ, ଗଂଜାମ ଓ ନୟାଗଡ଼ ଜିଲ୍ଲାରେ କାଳବୈଶାଖୀର ପ୍ରଭାବରେ ପ୍ରବଳ ବର୍ଷା ହୋଇଛି । ପାଣିପାଗ ବିଭାଗ ପକ୍ଷରୁ ୯ଟି ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ ।

କଟକ, ନୟାଗଡ଼, କନ୍ଧମାଳ, ଢେଙ୍କାନାଳ ଓ ଯାଜପୁରରେ ବି ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ସେପଟେ ନୂଆପଡ଼ା ଜିଲ୍ଲାରେ ବଜ୍ରାଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ସଦର ଥାନା ଝାଞ୍ଜିମୁଣ୍ଡା ଗାଁରେ ଇଟାଭାଟିରେ କାମ କରୁଥିବା ବେଳେ ବଜ୍ରାଘାତ ଯୋଗୁ ଏହି ଅଘଟଣ ଘଟିଛି ।