• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ସାରା ରାଜ୍ୟରେ ଏବେ ଶୀତ ଲହର ଜାରି ରହିଛି । ଏହି ଶୀତ ଲହରରେ ଆଗାମୀ ୨ରୁ୩ ଦିନ ଯାଏଁ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ରାତ୍ରି ତାପମାତ୍ରା ସହ ଦିନ ବେଳର ତାପମାତ୍ରରେ ମଧ୍ୟ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

ପରବର୍ତ୍ତୀ ୩ ଦିନରେ ରାତ୍ରି ତାପମାତ୍ରା ଅପେକ୍ଷାକୃତ ବୃଦ୍ଧି ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୩ ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅନ୍ୟପଟେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରାଜ୍ୟରେ ଆଗାମୀ ଦୁଇ ଦିନ ଯାଏ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ମଧ୍ୟ ରହିଛି । ଘନ କୁହୁଡ଼ି ନେଇ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।