Rain
ସାରା ରାଜ୍ୟରେ ଏବେ ଶୀତ ଲହର ଜାରି ରହିଛି । ଏହି ଶୀତ ଲହରରେ ଆଗାମୀ ୨ରୁ୩ ଦିନ ଯାଏଁ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ରାତ୍ରି ତାପମାତ୍ରା ସହ ଦିନ ବେଳର ତାପମାତ୍ରରେ ମଧ୍ୟ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।
ପରବର୍ତ୍ତୀ ୩ ଦିନରେ ରାତ୍ରି ତାପମାତ୍ରା ଅପେକ୍ଷାକୃତ ବୃଦ୍ଧି ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୩ ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଅନ୍ୟପଟେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରାଜ୍ୟରେ ଆଗାମୀ ଦୁଇ ଦିନ ଯାଏ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ମଧ୍ୟ ରହିଛି । ଘନ କୁହୁଡ଼ି ନେଇ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Rain_1642563533.jpg)