• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ରାଜ୍ୟରେ ଘଡ଼ଘଡ଼ି ସହ ୨ ଦିନ ଯାଏଁ ବର୍ଷା ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ । ୨୫ ଓ ୨୬ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା । ବୁଧବାର ସକାଳ ଯାଏଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାକୁ ଅରେଞ୍ଜ ୱାର୍ଣ୍ଣିଂ । ଏହି ୬ ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ସହ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଥିବା ପାଣିବାଗ ବିଭାଗ ସୂଚନା ଦେଇଛି । ସେହିଭଳି ୧୩ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ପୁରୀ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଦେବଗଡ଼ ଓ ଗଞ୍ଜାମ ।

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ଉତ୍ତର ଓଡ଼ିଶା, ଉପକୂଳ ଏବଂ ଦକ୍ଷିଣ-ଉପକୂଳ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ବିଶେଷ କରି ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ରହିଛି । ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ରହିଛି । 

ବିଶେଷ କରି ଢେଙ୍କାନାଳ, କଟକ, ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗତକାଲି ମଧ୍ୟରାତ୍ରୀରେ ରାଜଧାନୀ ଭୁବନେଶ୍ୱରରେ ବିଳମ୍ବିତ ରାତିରେ ଝଡ଼ବର୍ଷା ହୋଇଛି ।