• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଆସୁଛି ବର୍ଷା । ଗରମରୁ ମିଳିବ ମୁକ୍ତି । ପ୍ରବଳ ବର୍ଷା ନେଇ ୫ ଦିନ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ଘଡ଼ଘଡ଼ି ସହ ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ବର୍ଷା ହେବା ନେଇ କୁହାଯାଇଛି ।

ସେହିପରି ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ସୋନପୁର ଜିଲ୍ଲରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କନ୍ଧମାଳ, ବୌଦ୍ଧ, ଗଂଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।

ସେପଟେ ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପବନର ଦିଗ ପରିବର୍ତ୍ତନ ହେବା ସହ ପାଗରେ ପରିବର୍ତ୍ତନ ଆସିବ । ୩ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ । ଏହାସହ ପାଣିପାଗ ବିଭାଗ ଭାରି ବର୍ଷାର ପୂର୍ବାନୁମାନ କରିଛି ।

ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ ଭାବେ ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇପାରେ । ଆସନ୍ତାକାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି ।

  • Reported by:
  • ARACHANA SATPATHY