• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା । ଫଳରେ ଯାନବାହାନ ଚଳାଚଳରେ ସମସ୍ୟା ସୃଷ୍ଚି ହୋଇଥିଲା ।

ସେହିପରି ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଶୁଖିଲା ପାଣିପାଗ ରହିବ । ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ତାପମାତ୍ରାରେ ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ସୂଚନା ଅନୁସାରେ, ରାଜ୍ୟର ବିଭିନ୍ନ ସ୍ଥାନ ତଥା କଟକ, ଭୁବନେଶ୍ୱର, ପୁରୀ ଆଦି ଅଞ୍ଚଳରେ ଘନ କୁହୁଡି ଥିବାରୁ କମ୍‌ ଦୃଶ୍ୟମାନ ହେଉଥିଲା । ଯାହା ଦ୍ୱାରା ଯାନବାହନ ଚଳାଚଳ ମଧ୍ୟ ପ୍ରଭାବିତ ହୋଇଥିଲା।

ଅନ୍ୟପକ୍ଷରେ, ଗତକାଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି ଯେ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବା ସମ୍ଭାବନା ରହିଛି ।

ସେହିପରି ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନ ତାପମାତ୍ରା ଏବଂ ରାତିର ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ ।