Advertisment

ଲୁଚକାଳି ଖେଳୁଛି ମୌସୁମୀ ! ଓଡ଼ିଶା ଛୁଇଁବା ପରେ ଆଉ ଆଗକୁ ବଢ଼ୁନି

୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
Monsoon

Monsoon

ଲୁଚକାଳି ଖେଳୁଛି ମୌସୁମୀ । ଓଡ଼ିଶା ଛୁଇଁବା ପରେ ଆଉ ଆଗକୁ ଅଗ୍ରସର ହେଉନି। ରାଜ୍ୟରେ ଜାରି ରହିଛି ଗୁଳୁଗୁଳି। ଏମିତି ସ୍ଥିତି ଆଉ ଦୁଇ ଦିନ ଲାଗି ରହିବ। ଆସନ୍ତା ୧୮ ତାରିଖ ଯାଏ ପାଗରେ କୌଣସି ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନାହିଁ। ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଅଧିକ ଗୁଳୁଗୁଳି ଅନୁଭୂତ ହେବ । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆଗାମୀ ୪-୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳରେ ଅଗ୍ରସର ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ଓ ୧୯ ତାରିଖ ଆଡକୁ ରାଜ୍ୟରେ ବଢ଼ିପାରେ ବର୍ଷା ପରିମାଣ। ଆସନ୍ତା ୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

Advertisment

ଓଡ଼ିଶାରେ ପହଞ୍ଚିଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବର୍ତ୍ତମାନ କୋରାପୁଟ ଜିଲ୍ଲାରେ ସକ୍ରିୟ ରହିଛି। ଏହା ଦିନେ ୨ ଦିନ ପରେ ଅଗ୍ରସର ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ୧୭ ତାରିଖରୁ ବର୍ଷା ହେବ। ଉପକୂଳରେ ପ୍ରାକ୍ ମୌସୁମୀ ବର୍ଷା ହେଉଥିଲେ ବି ଗୁଳୁଗୁଳି କିନ୍ତୁ ରହିବ ବୋଲି କହିଛି ପାଣିପାଗ ବିଭାଗ।

ଆସନ୍ତା ୧୭ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା ରହିଛି। ଆସନ୍ତା ୧୮ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହେବ। ମୌସୁମୀ ବର୍ତ୍ତମାନ କୋରାପୁଟରେ ସକ୍ରିୟ ରହିଥିବା ବେଳେ ଆଗାମୀ ଦିନେ ଦୁଇ ଦିନ ଭିତରେ ଆଗକୁ ଅଗ୍ରସର ହେବ। ଏବେ ଉପକୂଳରେ ପ୍ରାକ୍ ମୌସୁମୀ ବର୍ଷା ରହିଛି କିନ୍ତୁ ଉପକୂଳରେ ଗୁଳୁଗୁଳି ଲାଗି ରହିବ। ଆଗାମୀ ୩ ଦିନ ଯାଏଁ କାଳବୈଶାଖୀ ବର୍ଷା ବିଭିନ୍ନ ସ୍ଥାନରେ ରହିବ। ଏହା ସହ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହିଟ୍ ୱେଭ୍ ରହିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ।

Advertisment

ଅନ୍ୟପଟେ ରଜରେ ଲୋକଙ୍କୁ କଲବଲ କରୁଛି ଗରମ ଓ ଗୁଳୁଗୁଳି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟରେ ପ୍ରବେଶ କରିଥିଲେ ମଧ୍ୟ ମୌସୁମୀ ଅଗ୍ରସର ହେଉନି। ଅନ୍ୟ ଅଞ୍ଚଳକୁ ୨ରୁ ୩ ଦିନରେ ଅଗ୍ରସର ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Weather Update Rain Weather News
Advertisment
Advertisment