• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ ଓ ଜଗତସିଂହପୁର ।

ସେହିପରି ୨୪ ଘଣ୍ଟା ପରେ କେଉଁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ସେପଟେ ବଙ୍ଗୋପସାଗରରେ ଏକ ଗୁରୁଚାପ ରହିଥିବାରୁ ଜଳୀୟ ବାଷ୍ପ ଭୂ ପୃଷ୍ଠକୁ ଆସିବା ସହ କାଳବୈଶାଖୀ କରାଉଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି ।

ଅନ୍ୟପଟେ କେରଳ ଓ କର୍ଣ୍ଣାଟକରେ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଯାହା କେରଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ପ୍ରବେଶ କରାଇବାରେ ସହାୟକ ହେବ ବୋଲି ଆକଳନ କରାଯାଇଛି । ଫଳରେ ଆସନ୍ତା ଜୁନ ପ୍ରଥମ ସପ୍ତାହରୁ ରାଜ୍ୟର ଅନେକ ସ୍ଥାନରେ ପ୍ରାକ ମୋସୁମୀ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି ।

 


BBSR_RAIN_AVO_FILE